ଅହମଦାବାଦ: ଗୁଜୁରାଟରେ ଏକ କେମିକାଲ କରାଖାନାରେ ଅଗ୍ନିକାଣ୍ଡ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ଅଗ୍ନିକାଣ୍ଡରେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା କୁହାଯାଉଛି । ତେବେ କାରଖାନାରେ ବିସ୍ଫୋରଣ କିଭଳି ହେଲା ସେ ସମ୍ପର୍କ କିଛି ଜଣାପଡିନାହିଁ ।