କୁଲଗାମ : ଜାମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାର ନାଉପୋରା-ଖେରପୋରା ଅଞ୍ଚଳରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସରକାରୀ ସୂତ୍ର ଅନୁଯାୟୀ, କୁଲଗାମ ଜିଲ୍ଲାର ନାଉପୋରା-କେରପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ, ସେନା ଏବଂ ସିଆରପିଏଫର ମିଳିତ ଟିମ ସମଗ୍ର ଅଞ୍ଚଳକୁ କଡର଼୍ନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । ସର୍ଚ୍ଚ ଅପରେସନ ସମୟରେ ଏହି ଅଞ୍ଚଳରେ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷା ବାହିନୀର ନିକଟତର ହେବା ପରେ ଗୁଳି ଚଳାଇବା ଆରମ୍ଭ କରିଦେଇଥିଲେ ।