ପିଆଇବିର ବୈଦ୍ୟୁତିକ କାର୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କଲେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଏଲ.ମୁରୁଗାନ
ଡକ୍ଟର ଏଲ୍ ମୁରୁଗାନ୍ କହିଛନ୍ତି ଯେ ବୈଦ୍ୟୁତିକ କାରଗୁଡିକର ଚାହିଦାକୁ ଆହୁରି ବୃଦ୍ଧି ପାଇଁ ଭାରତ ସରକାର ଲକ୍ଷ୍ୟ ରଖିଛନ୍ତି । ୨୦୨୩ ସୁଦ୍ଧା କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଭାଗ ଦ୍ୱାରା ଖରିଦ ହେଉଥିବା କିମ୍ବା ଭଡାରେ ଆସୁଥିବା କାର ମଧ୍ୟରୁ ଅତିକମରେ ଏକ ତୃତୀୟାଂଶ ବୈଦ୍ୟୁତିକ କାର ହେବ । ସେହି ଲକ୍ଷ୍ୟ ଅନୁଯାୟୀ ଆଜି ୧୪ ଟି କାର ବଦଳାଇଥିବାରୁ ସେ ପତ୍ର ସୂଚନା କାର୍ଯ୍ୟାଳୟକୁ ପ୍ରଶଂସା କରିଥିଲେ ।