ୟୁପିକୁ ପ୍ରଧାନମନ୍ତ୍ରୀଙ୍କ ବଡ ଉପହାର, ୯ଟି ମେଡିକାଲ କଲେଜର କରିବେ ଲୋକର୍ପଣ

ନୂଆଦିଲ୍ଲୀ: ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ୟୁପିକୁ ପ୍ରଧାନମନ୍ତ୍ରୀ ବଡ ଉପହାର ଦେବାକୁ ଯାଉଛନ୍ତି । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆସନ୍ତା ଜୁଲାଇ ୩୦ ତାରିଖରେ ୟୁପିରେ ୯ଟି ମେଡିକାଲ କଲେଜକୁ ଲୋକାର୍ପଣ କରିବେ । ଏନେଇ ବ୍ଲ୍ୟୁ ପ୍ରିଣ୍ଟ ପ୍ରସ୍ତୁତି ଚାଲିଛି । ଆଗାମୀ ଦୁଇଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ତଦାରଖ କରିବେ ବୋଲି ଜଣାପଡ଼ିଛି । ଏହି ମେଡିକାଲ କଲେଜଗୁଡିକୁ ଲୋକର୍ପଣ କରିବା ପୂର୍ବରୁ ମେଡିକାଲ କର୍ମଚାରୀ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଇଛି । ଏହାସହ ଲୋକର୍ପଣ ଦିନ ନିଜେ ପ୍ରଧାନମନ୍ତ୍ରୀ ୪୫୦ ଜଣ ମେଡିକାଲ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ଦେବେ ବୋଲି ସୂଚନା ମିଳିଛି । କେବଳ ସେତିକି ନୁହେଁ ରାଜ୍ୟ ସରକାର ଚଳିତ ବର୍ଷ ଆଉ ୧୩ ଟି ମେଡିକାଲ କଲେଜ ଆରମ୍ଭ କରିବେ ବୋଲି କୁହାଯାଇଛି ।