ନୂଆଦିଲ୍ଲୀ : ଉତ୍ତର ପ୍ରଦେଶରେ କୋଭିଡ-୧୯ ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଏହାକୁ ନଜରରେ ରଖି ରାଜ୍ୟ ସରକାର ନାଇଟ୍ କର୍ଫ୍ୟୁ ନିୟମରେ କିଛିଟା ପରିବର୍ତ୍ତନ କରିଛନ୍ତି । କୋଭିଡ-୧୯ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସରକାର ରାତି ୧୦ରୁ ସକାଳ ୬ଟା ଯାଏଁ ନାଇଟ କର୍ଫ୍ୟୁ କଟକଣା ଲଗାଇଥିଲା । କିନ୍ତୁ ଏବେ ଏହା ୧୧ଟାରୁ ନାଇଟ୍ କର୍ଫ୍ୟୁ ଆରମ୍ଭ ହୋଇଛି ।
ଏନେଇ ୟୁପି ସରକାରଙ୍କ ସଚିବ ଅବନୀଶ ଅବସ୍ଥୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହି ସମୟରେ ଅତ୍ୟାବଶ୍ୟକୀୟ ସେବା ବ୍ୟତୀତ ଅନ୍ୟ ସମସ୍ତ ସେବା ଉପରେ କଟକଣା ବଳବତ୍ତର ରହିବ ବୋଲି ଜଣାପଡିଛି ।