ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଲସୀ ଗବାର୍ଡ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଗତ ମାସରେ ତାଙ୍କର ୱାଶିଂଟନ ଡିସି ଗସ୍ତ ଏବଂ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ତାଙ୍କର ଅତ୍ୟନ୍ତ ଫଳପ୍ରଦ ଆଲୋଚନାକୁ ମନେ ପକାଇଛନ୍ତି । ଆମେରିକା ଗସ୍ତ ସମୟରେ ଶ୍ରୀମତୀ ତୁଳସୀ ଗାବାର୍ଡଙ୍କ ସହ ତାଙ୍କର ଆଲୋଚନା ଉପରେ ଧ୍ୟାନ ଦେଇ ପ୍ରଧାନମନ୍ତ୍ରୀ ପ୍ରତିରକ୍ଷା, ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟା, ଆତଙ୍କବାଦ ବିରୋଧୀ ଏବଂ ବିଶ୍ୱ ଚ୍ୟାଲେଞ୍ଜର ମୁକାବିଲା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ସୁଦୃଢ଼ କରିବାରେ ତାଙ୍କର ଭୂମିକାକୁ ପ୍ରଶଂସା କରିଥିଲେ ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଆଗମନ ବିଶେଷ ଗୁରୁତ୍ୱପୂର୍ଣ୍ଣ କାରଣ ଏହା ତାଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଆମେରିକାରୁ ପ୍ରଥମ ଉଚ୍ଚସ୍ତରୀୟ ଭାରତ ଗସ୍ତ ।