ସାରା ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୪୦ ଲକ୍ଷ ଟପିଲା

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୪୦ ଲକ୍ଷ ୯୧ ହଜାର ୪୭୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ କୋଟି ୨ ଲକ୍ଷ ୬୬ ହଜାର ୩୬୦କୁ ବୃଦ୍ଧି ପାଇଛି । ମୋଟ ୧୭ କୋଟି ୩୪ ଲକ୍ଷ ୭୭ ହଜାର ୪୪୬ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୨୬ ଲକ୍ଷ ୯୭ ହଜାର ୪୪୩ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୭୯ ହଜାର ୧୯୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୦ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୨୪ ହଜାର ୬୦୭ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡିଥିଲା ।