ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଇକନା ଷ୍ଟାଡିୟମଠାରେ ଅନୁଷ୍ଠିତ ଏକ ସମାରୋହରେ ରାଜ୍ୟପାଳ ଆନନ୍ଦିବେନ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି । ଏହା ସହିତ ମୋଟ ୫୨ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି ।