ଯୋଗୀ ଗୋରଖପୁରରୁ ନିର୍ବାଚନ ଲଢିବେ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ । ବିଜେପି ୟୁପି ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁରରୁ ନିର୍ବାଚନ ଲଢିବେ ବୋଲି ଜଣାପଡିଛି । ସେହିପରି ଡେପୁଟି ସିଏମ କେଶବ ପ୍ରସାଦ ମୌର୍ଯ୍ୟ ସିରାଥୁରୁ ନିର୍ବାଚନ ଲଢିବେ । ବିଜେପି କେନ୍ଦ୍ରୀୟ ନିର୍ବାଚନ ସମିତି ବୈଠକରେ ଆଶାୟୀ ପ୍ରାର୍ଥୀଙ୍କ ନାଣ ଘୋଷଣା ହୋଇଛି ।

ପ୍ରଥମ ପର୍ଯ୍ୟାୟରେ ୫୮ ଆସନରୁ ୫୭ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୫୫ ସିଟରୁ ୪୮ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । ସୂଚନା ଥାଉକି ଉତ୍ତର ପ୍ରଦେଶର ୪୦୩ ବିଧାନସଭା ଆସନରୁ ୭ ପର୍ଯ୍ୟାୟରେ ୧୦ ପେବୃୟାରୀରୁ ନିର୍ବାଚନ ହେବ ।