ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୨ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି କାୟା ମେଲାଇଲାଣି କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ଏବଂ ଜଣଙ୍କର ମୃତ୍ୟୁ ହୋଇଛି । ଗତ କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢି ବଢି ଚାଲିଛି । ଏବେ ରାଜ୍ୟରେ ୩୨୭୦ ସକ୍ରିୟ ସଂକ୍ରମିତ ରହିଛନ୍ତି । ସେହିଭଳି ୩୫୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସୁସ୍ଥ ହାର ଠାରୁ ସଂକ୍ରମିତ ହାର ଅଧିକ ରହୁଛି ଯାହା ଏବେ ଚିନ୍ତା ବଢାଇ ଦେଇଛି ।