ଜି-୨୦ ଜନଭାଗିଦାରୀ : ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ
ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ….
ଏହି କ୍ରମରେ ଏନଆଇଟି ରାଉରକେଲା ପକ୍ଷରୁ ବରଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ମସିନ୍ ଲର୍ଣ୍ଣିଂ, ବିଗଡେଟା ଆନାଲିଟିକ୍ସ ବିଷୟବସ୍ତୁ ଉପରେ ଆଲୋଚନାଚକ୍ର ମାଧ୍ୟମରେ ଜନଭାଗିଦାରୀ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ଏନଆଇଟି ନିର୍ଦ୍ଦେଶକ ପ୍ରଫେସର କେ. ଉମାମହେଶ୍ୱର ରାଓ ଯୋଗ ଦେଇ ଭାରତର ଜି୨୦ ଲକ୍ଷ୍ୟ ଏବଂ ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ସମ୍ପର୍କରେ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ । ସେହିପରି ଏନଆଇଟିର ଏକ ଦଳ ବରଗଡ଼ସ୍ଥିତ ବିକାଶ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ ଠାରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥିଲା।

ଅନ୍ୟପକ୍ଷରେ ଆଇଆଇଏମ ସମ୍ବଲପୁର ପକ୍ଷରୁ ଜି୨୦ ବିଷୟବସ୍ତୁକୁ ନେଇ ଅନୁଗୁଳ ଜିଲ୍ଲା କେନ୍ଦ୍ରୀୟ ବିଦ୍ୟାଳୟ ୧ ଠାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ ବିଦ୍ୟାଳୟ ଓ ଆଇଟିଆଇ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।
ଅନୁରୂପ ଭାବେ କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ସଚେତନତା ସୃଷ୍ଟି ଲାଗି ଏକ ଖାଦ୍ୟ ମେଳା ଆୟୋଜନ କରାଯାଇଥିଲା। ଏଥିରେ ମିଲେଟ୍ସ ବା ମାଣ୍ଡିଆ, ବାଜରା ଜାତୀୟ ଫସଲର ଉପକାରିତା ସମ୍ପର୍କରେ ଅବଗତ କରାଯାଇଥିଲା।

ଭୁବନେଶ୍ୱର ସ୍ଥିତି ସିଟିଟିସି ଅନୁଷ୍ଠାନ ପକ୍ଷରୁ ଜି୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ପୂର୍ବରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଅଧୀନରେ ଯୋଗ ଶିବିର ଆୟୋଜନ କରାଯାଇଥିଲା।