ରାଜ୍ୟରେ ଦିନକରେ ଆଉ ୬ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦ରେ ସୀମିତ ରହୁଛି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬ ଜଣ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩,କଟକରୁ ୨, ଯାଜପୁରର ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୧୧୪ରେ ପହଞ୍ଚିଛି।ଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।