ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଓଡ଼ିଶାରେ ସକ୍ରିୟ ଥିବା ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମେଘୁଆ ପାଗ ସହ ପବନ ପାଇଁ ସମୁଦ୍ର ଅଶାନ୍ତ ରହିବ।