ରାଜ୍ୟରେ ୮୫୨ କରୋନା ପଜିଟିଭ୍ ଚିହ୍ନଟ, ୧୯ ମୃତ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୮୧ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୧୪୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୫୯୫୨୬୯ସାମ୍ପୁଲ ଟେଷ୍ଟ୍ ହୋଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ସୋନପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୧୪୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୫୯୫୨୬୯ସାମ୍ପୁଲ ଟେଷ୍ଟ୍ ହୋଇଛି ।