ରାଜ୍ୟରେ ଆଉ ୧୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ଏସ୍ ନ୍ଯୁଜ): ୨୪ ଘଂଟାରେ ରାଜ୍ୟରେ ୨୪୨୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ ୧୦୦୬ ଲୋକାଲ୍ କେସ୍ ରହିଛି ‌।ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨୫୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୭୬୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୩୭୯୬୭୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

ତେବେ ୩୦ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୧୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୬ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୩୭ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୯୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭ଜଣ, କନ୍ଧମାଳ ଜିଲ୍ଲାରୁ ୩୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୫୯ଜଣ, କୋରାପୁଟ ଜିଲ୍ଲାରୁ ୨୪ଜଣ, ମାଲକାନଗିରି ଜିଲ୍ଲାରୁ ୪୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡା ଜିଲ୍ଲାରୁ ୬୩ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୦ଜଣ, ସୋନପୁର ଜିଲ୍ଲାରୁ ୫୩ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୧୯୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୫ଜଣ ରହିଛନ୍ତି।


ସେହିପରି ରାଜ୍ୟରେ କରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଞ୍ଚି ଯାଇଛି।

୧୮ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ମୟୁରଭଞ୍ଜ, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

https://twitter.com/HFWOdisha/status/1315532253984817153?s=20