ଆସୁଛି ୨ଟି ଲଘୁଚାପ : ୫ରୁ ବଢ଼ିବ ବର୍ଷା

୫ କିମ୍ବା ୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ……

ଭୁବନେଶ୍ୱର : ଦୁଇ ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା । ଏହାପରେ ଭିଜିବ ପୂରା ଓଡ଼ିଶା । ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇ ଛତିଶଗଡ ମୁହାଁ ହେବ । ପ୍ରଭାବରେ ମହାନଦୀର ଉପର ଏବଂ ତଳମୁଣ୍ଡରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ୫ କିମ୍ବା ୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ।

ପ୍ରଭାବରେ ୬ରୁ ୭ ତାରିଖ ମଧ୍ୟରେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ସେପଟେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଅସହ୍ୟ ଗରମ ସହ ଗୁଳୁଗୁଳି । ଦୁର୍ବଳ ମୌସୁମୀ ସହ ମେଘମୁକ୍ତ ଆକାଶ ପାଇଁ ଏଭଳି ସ୍ଥିତି ସୃଷ୍ଟି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଛି ।