ରାଜ୍ୟର ଆହୁରି ୨ ଦିନ ପ୍ରବଳ ବର୍ଷା

ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି….

ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗର ଅଂଚଳରେ ବାୟୁମଣ୍ଡଳର ୧.୫ ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି , ଘଡଘଡି ସହ ବର୍ଷା ହୋଇପାରେ ।