ଭୁବନେଶ୍ୱର, (ଏସ୍ ନ୍ୟୁଜ): ଆସନ୍ତାକାଲି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ । ପରୀକ୍ଷାଫଳ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । କୋଭିଡ୍ କଟକଣା ଯୋଗୁଁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା । ସୂଚନାଯୋଗ୍ୟଯେ, ଚଳିତବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି ।