ପୁରୀରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ୨୦୨୫: ଜୁନ ମାସ ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି By Shaksi News Last updated Feb 17, 2025 0 ଭୁବନେଶ୍ୱର: ଚଳିତ ବର୍ଷ ଜୁନ ମାସ 27 ତାରିଖରେ ପୁରୀରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି ।ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ ଭାବେ ଆୟୋଜନ କରିବା ନିମନ୍ତେ ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆହୁରି ପଢ଼ନ୍ତୁ... ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍… Sep 10, 2026 ଲଘୁଚାପ; ୩ ଦିନ ପ୍ରବଳ ବର୍ଷା… Sep 9, 2026 ଲୋକପ୍ରିୟ ନେତା ସରପଞ୍ଚଙ୍କ ସ୍ୱାମୀ… Sep 9, 2026 ମୟୂରଭଞ୍ଜ ଜିଲ୍ଲାରେ ଆନ୍ତର୍ଜାତୀୟ… Sep 9, 2026 ଆସନ୍ତା ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ଏବଂ ଗତ ବର୍ଷ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଏବେ ଠାରୁ ବ୍ୟାପକ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ । ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ । ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଦେଖିବାକୁ ଆଗମନର ସମ୍ଭାବନା ରହିଛି । ଏହାପରେ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଉତ୍ତରା ଛକ ଠାରୁ ପୁରୀ ପର୍ଯ୍ୟନ୍ତ ସିସିଟିଭିର ଲଗାଇବା, ଟ୍ରାଫିକ ସମସ୍ୟାର ସୁପରିଚାଳନା, ଦଳା ଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ର ବ୍ୟବସ୍ଥା, ଗାଡି ପାର୍କିଂ, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହି ବୈଠକରେ ଡିଜିପି (କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଏସସିଆରବି) ଡ଼ଃ ସନ୍ତୋଷ ଵାଲା, ଏଡିଜିପି (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜିପି (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଏଡିଜିପି (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଏଡିଜିପି (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ କୁମାର ସାହୁ, ଡିଆଇଜିପି (ଅପରେସନ) ଶ୍ରୀ ଅଖିଳେଶ୍ବର ସିଂ, ଡିଆଇଜିପି (କେନ୍ଦ୍ରାଞ୍ଚଳ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି(ଏସଆଇଡବ୍ଲୁ) ଡଃ କନୱର ବିଶାଲ ସିଂ, ଡିସିପି (ଭୁବନେଶ୍ବର) ଶ୍ରୀ ପିନାକ ମିଶ୍ର, ଏଆଇଜିପି (ମୁଖ୍ୟାଳୟ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ, ଏଆଇଜିପି (ମୁଖ୍ୟାଳୟ) ଶ୍ରୀ ବିବେକାନନ୍ଦ ଶର୍ମା ଏବଂ ପୁରୀ ଏସପି ଶ୍ରୀ ଭିନିତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ । Continue Reading shaksinewsପୁରୀରଥଯାତ୍ରା ୨୦୨୫ 0 Share