୨୪ ଘଣ୍ଟାରେ ଭାରତରେ ନୂଆ କୋଭିଡ୍‌-୧୯ ଆକ୍ରାନ୍ତ ରେକର୍ଡସଂଖ୍ୟକ ୧,୨୬,୭୮୯

ନୂଆଦିଲ୍ଲୀ,(ଏସ୍ ନ୍ୟୁଜ): କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜିକୁ ମିଶାଇ ଚାରିଦିନ ମଧ୍ୟରେ ଦେଶରେ ତିନି ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ରେକର୍ଡସଂଖ୍ୟକ ୧,୨୬,୭୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ, ଓ ୬୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୯,୨୮,୫୭୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୮୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୬,୮୬୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୯,୨୫୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୮,୫୧, ୩୯୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯,୧୦,୩୧୯।