ରାଜ୍ୟ ମନ୍ତ୍ରୀମଣ୍ଡଳରେ ୩ ନୂଆ କ୍ୟାବିନେଟ ମନ୍ତ୍ରୀ ସାମିଲ

ନବନିର୍ବାଚିତ ନୂଆ ମନ୍ତ୍ରୀ

ଭୁବନେଶ୍ୱର: ବିଧାୟକ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସନ୍ନ ନାୟକ ଓ ସୁଦାମ ମାରାଣ୍ଡି ଶପଥ ଗ୍ରହଣ ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ । ସକାଳ ୯ଟା ୫୦ ମିନିଟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତିନିଜଣ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।

ନବନିର୍ବାଚିତ ୩ ନୂଆ ମନ୍ତ୍ରୀ
ନବନିର୍ବାଚିତ ୩ ନୂଆ ମନ୍ତ୍ରୀ

ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ ବହୁ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

ସେହିପରି ମଧ୍ୟ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି।