ଆଜି ଖୋର୍ଦ୍ଧାରୁ ୭୩୧, କଟକରୁ ୪୦୦ ପଜିଟିଭ୍

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୨୧୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ରେକର୍ଡ଼ ସଂଖ୍ୟକ ୭୩୧ ଓ କଟକରୁ ୪୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୨୮୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି। ବିଶେଷ କରି ଖୋର୍ଦ୍ଧା ଏବଂ କଟକ ଜିଲ୍ଲାରେ ସ୍ଥିତି ସଙ୍ଗୀନ ରହିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୯୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୭୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୯୧୦୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି। ସେହିଭଳି ଗତ ୨୪ ଘଣ୍ଟାରେ ପୁଣି ୧୧ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତକଙ୍କ ସଂଖ୍ୟା ୫୧୪ ଛୁଇଁଛି।