୨୪ ଘଣ୍ଟାରେ ୩୮୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୨, ୮୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୮, ୧୫୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫,୬୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।