ଲଘୁଚାପ ପ୍ରଭାବରେ ୪ଦିନ ବର୍ଷା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଦିନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି।