ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଲେଖାଏଁ ସହାୟତା

ଆମ ରାଜ୍ୟରେ ଥିବା ୭୩୦୦ଟି ଭାଗବତ ଟୁଙ୍ଗୀ ଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି। ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ ଟୁଙ୍ଗୀ ଗୁଡିକର ବିକାଶ କାର୍ଯ୍ୟ କରାଯିବ।