ଭୋଟ୍ ଦେବେ ୬୨ଲକ୍ଷ ୧୦ହଜାର ଭୋଟର

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର: ଗତକାଲିର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ୩୦ଟି ଜିଲ୍ଲାର ୬୮ଟି ବ୍ଲକରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ନିର୍ବାଚନ ହେବ। ମୋଟ ୧୫ଶହ ୧୪ ପଞ୍ଚାୟତରେ ୨୦ହଜାର ୪୩୬ ବୁଥ୍‌ରେ ଭୋଟ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ ୭୦ପ୍ରତିଶତ ମତଦାନ ହୋଇଛି।

ଦ୍ୱିତୀୟ ପର୍ଯ୍ୟାୟରେ ୬୨ଲକ୍ଷ ୧୦ହଜାର ଭୋଟର ନିଜ ମତ ସାବ୍ୟସ୍ତ କରିବେ। ସେଥିପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଓ ଜିଲ୍ଲା ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ପାଇଁ ଗତକାଲି ସନ୍ଧ୍ୟାରେ ଶେଷ ହୋଇଛି ପ୍ରଚାର। ଦ୍ୱିତୀୟ ନିର୍ବାଚନ ଲାଗି ଗତକାଲି ବୁଥ୍‌କୁ ଯାଇଛନ୍ତି ପୋଲିଂ ପାର୍ଟି।