ଭୁବନେଶ୍ୱର,(ଏସ୍ ନ୍ୟୁଜ): ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୪ ଜଣ ଅଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲାରୁ କେହି ପ୍ରାଣ ହରାଇନାହାନ୍ତି। ଯାଜପୁର ଜିଲ୍ଲାରୁ ୬ ଜଣ ଓ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ଅଛନ୍ତି। ବାଲେଶ୍ବର ଜିଲ୍ଲାରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ଅପରପକ୍ଷରେ ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ପୁରୀ, ରାୟଗଡ଼ା ନବରଙ୍ଗପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।
Next Post