ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ ମିଟର କମିବାର ଲାଗିଥିଲେ ମଧ୍ୟ ମୃତ୍ୟୁରେ ବ୍ରେକ୍ ଲାଗି ପାରୁ ନାହିଁ। ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଲେଖାଏଁ ଥିବା ବେଳେ ଅନୁଗୁଳରୁ ୮ ଓ ଢେଙ୍କାନାଳରୁ ୧୧ ଜଣ ଅଛନ୍ତି। ଏହାଛଡ଼ା କେନ୍ଦ୍ରାପଡ଼ାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ ମୃତକ ଥିବା ଜଣାଯାଇଛି। ଏଣେ ଭଦ୍ରକ ଜିଲ୍ଲାରୁ ୩ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।
ଏହା ସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୫୮ରେ ପହଁଞ୍ଚିଛି।