ଆଜି ୪୦ ଡିଗ୍ରୀ ଉପରେ ୮ ସହର

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ପ୍ରବଳ ଖରା ଅନୁଭୁତ ହେଉଛି। ଦିନ ସହ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାରେ ମଧ୍ୟ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି । ଗୁରୁବାର ଗ୍ରୀଷ୍ମ ପ୍ରବାହ ନେଇ ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସତର୍କ ସୂଚନା ଦିଆଯାଇଛି।