ଓଡ଼ିଶାରେ ୮୧୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମ୍‍ ବୟସ ବର୍ଗରେ ୧୦୬ ନୂଆ ସଂକ୍ରମିତ ରହିଛନ୍ତି। ଏଥିସହିତ ସଂଗରୋଧରୁ ୪୭୫ ଏବଂ ସ୍ଥାନୀୟ ସଂକ୍ରମିତ ୩୪୧ ଜଣ ରହିଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, କଟକରୁ ୧୧୬ ଜଣ, ଦେବଗଡ଼ରୁ ୧୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୩୪ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୯୧ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନୟାଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।