ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହ ଆୟୋଜିତ

ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ଯୋଗଦେଇ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଗ୍ନିଶମ ସେବା ବିଭାଗରେ ନୂତନ କରି ନିଯୁକ୍ତି ପାଇଥିବା ସମସ୍ତ ଅଗ୍ନିଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୋଟ ୮୨୬ ଜଣ ଆଗ୍ନିକ ଓ ୧୧୫ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏହି ନିଯୁକ୍ତି ସମାରୋହରେ ବିଭାଗର ସମସ୍ତ ପଦବୀ ସଂଖ୍ୟାର ୨୨% ପୂରଣ କରାଯାଇଛି। ନୂତନ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ଦ୍ଵାରା ଏହି ବିଭାଗର ଶକ୍ତି ବୃଦ୍ଧି ପାଇବ। ଏହାଦ୍ବାରା ଆଗାମୀ ଦିନରେ ଆବଶ୍ୟକ ସମୟରେ ଜରୁରୀକାଳୀନ ସେବା ଯୋଗାଇଦେବା ପାଇଁ ଅଧିକ ଦକ୍ଷତାର ସହିତ ବିଭାଗ କାର୍ଯ୍ୟ କରିବ। ଏଥିସହିତ ଲୋକଙ୍କ ଧନ ଜୀବନ ସୁରକ୍ଷା ସୁନିଶ୍ଚିତ ହେବ।