କେନ୍ଦ୍ରାପଡାରେ ପ୍ରତିଷ୍ଠା ହେବାକୁ ଯାଉଛି ଷ୍ଟିଲ ପ୍ଲାଣ୍ଟ

ଭୁବନେଶ୍ୱର,(ଏସ୍ ନ୍ୟୁଜ): କେନ୍ଦ୍ରାପଡା ଜିଲ୍ଲାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଓ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । କେନ୍ଦ୍ରପଡାରେ ୧୨ ମିଲିୟନ ଟନ୍ କ୍ଷମତା ସମ୍ପନ୍ନ ଇସ୍ପାତ କାରଖାନା ହେବ । ୫୦ ହଜାର କୋଟି ଟଙ୍କା ବିନିଯୋଗରେ ଏହି ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ । ଏନେଇ ଲୋକସେବା ଭବନରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଏଲ ଏନ ମିତ୍ତଲଙ୍କ ଉପସ୍ଥିତିରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି ଚୁକ୍ତି ଦ୍ଵାରା ରାଜ୍ୟର ଆର୍ଥିକ କ୍ଷେତ୍ରରେ ସୁଧାର ଆସିବା ସହ ଅନେକ ଲୋକଙ୍କୁ ନିଯୁକ୍ତି ମିଳିବାର ସମ୍ଭାବନା ରହିଛି ।