ACF ମୃତ୍ୟୁ ମାମଲା:ଆସିଲା ୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ କରାଯାଇଥିବା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚ ନିକଟରେ ପହଞ୍ଚିଛି । ସୌମ୍ୟରଞ୍ଜଙ୍କ ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚର ହସ୍ତଗତ ହୋଇଛି । ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ମଧ୍ୟରେ କ୍ରାଇମବ୍ରାଞ୍ଚ ତର୍ଜମା କରୁଛି ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।