ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ । ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଏହି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୩ ତାରିଖରୁପାଗରେ ପରିବର୍ତ୍ତନ ଘଟିବ ।