ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି । କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଅତି ପ୍ରବଳରୁ ପ୍ରବଳତର ବର୍ଷାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ଦୁଇ ଜିଲ୍ଲାକୁ ‘ରେଡ’ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତମାନ ଓଡ଼ିଶା ଏବଂ ଏହାର ପାଖ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବରେ ଅବସ୍ଥିତ ରହିଛି । ଏହା ଏହା ଏକ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ଛତିଶଗଡ଼ର ପଶ୍ଚିମଉତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।