ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ଆଜି ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା–ସହରାଂଚଳ (ଚଗଇଣ-ଟ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି।
ସେପ୍ଟେମ୍ବର ୨୦୨୪ରେ ଚଗଇଣ-ଟ ୨.୦ ଶୁଭାରମ୍ଭ ପରଠାରୁ ସହରାଂଚଳର ହିତାଧିକାରୀଙ୍କୁ ସୁଲଭ ଓ ଗୁଣାତ୍ମକ ବାସଗୃହ ଯୋଗାଇବାରେ ରାଜ୍ୟ ଉଲ୍ଲେଖନୀୟ ସଫଳତା ହାସଲ କରିଛି।
ମାର୍ଚ୍ଚ ୨୦୨୫ ଠାରୁ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଗୃହ ନିର୍ମାଣ ସମ୍ପୂର୍ଣ୍ଣ କରିବା କ୍ଷେତ୍ରରେ ଓଡ଼ିଶା କ୍ରମାଗତ ଭାବେ ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ଆସୁଛି। ଏହା ‘ସମସ୍ତଙ୍କ ପାଇଁ ଆବାସ’ ସଂକଳ୍ପ ପ୍ରତି ରାଜ୍ୟ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତା ଓ କାର୍ଯ୍ୟଦକ୍ଷତାକୁ ପୁନର୍ବାର ପ୍ରମାଣିତ କରିଛି।
ଚଗଇଣ-ଟ ୨.୦ ଅଧୀନରେ ଓଡ଼ିଶାରେ ମୋଟ ୨୪,୬୨୫ଟି ଘର ମଞ୍ଜୁର ହୋଇଥିବାବେଳେ, ସେଥିମଧ୍ୟରୁ ୨୩,୪୬୪ଟି ପ୍ରସ୍ତାବିତ ସ୍ଥାନର ଜିଓ-ଟ୍ୟାଗିଂ କାର୍ଯ୍ୟ ସମାପ୍ତ ହୋଇଛି। ୫ ମେ’ ୨୦୨୬ ସୁଦ୍ଧା ୩,୧୩୪ଟି ଘରର ଭିତିପ୍ରସ୍ତର କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ୨,୦୦୮ଟି ଘରର ନିର୍ମାଣ କାର୍ଯ୍ୟ ପୂର୍ଣ୍ଣ ହୋଇସାରିଛି। ଅବଶିଷ୍ଟ ଘରଗୁଡ଼ିକ ବିଭିନ୍ନ ପର୍ଯ୍ୟାୟରେ ନିର୍ମାଣାଧୀନ ରହିଛି ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତ ଲକ୍ଷ୍ୟ ପୂରଣ ହେବ ବୋଲି ରାଜ୍ୟ ସରକାର ଆଶା ପ୍ରକାଶ କରିଛନ୍ତି।
ସଫଳତା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ସକ୍ରିୟ ପଦକ୍ଷେପ, ସହରାଂଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ସହ ଫଳପ୍ରସୂ ସମନ୍ୱୟ ଏବଂ ତୃଣମୂଳ ସ୍ତରରେ ଦ୍ରୁତ କାର୍ଯ୍ୟାନ୍ୱୟନର ସ୍ପଷ୍ଟ ପ୍ରତିଫଳନ।
ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣଚନ୍ଦ୍ର ମହାପାତ୍ର ଅଧିକାରୀମାନଙ୍କୁ ନିର୍ମାଣ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ସହ ଚଗଇଣ-ଟ ୨.୦ ର ଅବଶିଷ୍ଟ ଲକ୍ଷ୍ୟକୁ ସମୟସୀମା ପୂର୍ବରୁ ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଛନ୍ତି। ସେ ଠିକ୍ ସମୟରେ କାର୍ଯ୍ୟ ସମ୍ପାଦନ, ଗୁଣାତ୍ମକ ନିର୍ମାଣ ଏବଂ ସହରାଂଚଳର ଯୋଗ୍ୟ ଗରିବ ପରିବାରଙ୍କୁ ଶୀଘ୍ର ସୁବିଧା ପ୍ରଦାନ ଉପରେ ବିଶେଷ ଗୁରୁତ୍ୱାରୋପ କରିଛନ୍ତି। ଚଗଇଣ-ଟ ୨.୦ ଅଧୀନରେ ଓଡ଼ିଶାର ଏହି ନିରନ୍ତର ସଫଳତା, ସମସ୍ତ ନାଗରିକଙ୍କ ପାଇଁ ସମ୍ମାନଜନକ ଜୀବନଯାପନ ସୁନିଶ୍ଚିତ କରିବା ସହ ଅନ୍ତର୍ଭୁକ୍ତିମୂଳକ ସହରୀ ବିକାଶ ପ୍ରତି ରାଜ୍ୟ ସରକାରଙ୍କ ଦୃଢ଼ ସଂକଳ୍ପର ପ୍ରମାଣ ବହନ କରୁଛି।