ପୁଣି ରାଜ୍ୟରେ ୧୩ ଜୀବନ ନେଲା କରୋନା

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

https://twitter.com/HFWOdisha/status/1326034995945766912?s=20

ତେବେ ଆଜି ମୟୁରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ରୁ ୨ ଜଣ , ବାଲେଶ୍ୱର, ବରଗଡ଼, ଖୋର୍ଦ୍ଧା, ଭୁବନେଶ୍ୱର, କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ତେବେ ରାଜ୍ୟରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୮୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୪ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨୫୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୯୬୮୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କରୋନାରେ ୧୪୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୫୦୨୭୯୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।