ଭୁବନେଶ୍ବର( ଏସ୍ ନ୍ୟୁଜ ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି ।ଏହାକୁ ନେଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଭୁବନେଶ୍ୱର, ଝାରସୁଗୁଡା ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୪ ଜଣ ସ୍ଥାନୀୟ ସଂକ୍ରମିତ । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ୫୮୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୨ ହଜାର ୭୩୪ ଜଣ। ଏବେ ବି ସକ୍ରିୟ ଅଛନ୍ତି ୫୦୪୬ ଜଣ ଆକ୍ରାନ୍ତ।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତାଲିକାରେ ପୁଣି ଥରେ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଉପରେ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୧ ଜଣ, ଅନୁଗୁଳରୁ ୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୯ ଜଣ, ବରଗଡ଼ରୁ ୩୦ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୧୯ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡିରୁ ୨୮ ଜଣ, କନ୍ଧମାଳରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୭ ଜଣ, କେନ୍ଦୁଝରରୁ ୧୩ ଜଣ, କୋରାପୁଟରୁ ୧୦ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୩୬ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୪, ନୂଆପଡ଼ାରୁ ୧୪, ପୁରୀରୁ ୩୧ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।