ଆଜିଠାରୁ ସବୁ ସ୍କୁଲ, ଅଙ୍ଗନୱାଡି କେନ୍ଦ୍ର ଛୁଟି

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଖରା ଏବଂ ଏହାର ପ୍ରଭାବକୁ ନଜରରେ ରଖି ଆଜିଠାରୁ ସବୁ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ହୋଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ସମୟ ପୂର୍ବରୁ ଘୋଷଣା ହୋଇଛି ଗ୍ରୀଷ୍ମକାଳୀନ ଛୁଟି । ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ସହିତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି ସରକାର ।