ଏପ୍ରିଲ ୫ରୁ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ ସକାଳୁଆ

କଟକ (ଏସ୍ ନ୍ୟୁଜ): ଏପ୍ରିଲ ୫ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ (ସବ୍ଅର୍ଡିନେଟ୍ କୋର୍ଟ) ସକାଳୁଆ ହେବ। ଗ୍ରୀଷ୍ମ ଅବକାଶ ପର୍ଯ୍ୟନ୍ତ ଏପରି ସକାଳ କୋର୍ଟ ବ୍ୟବସ୍ଥା ଜାରି ରହିବ। ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ବିରତି ରହିବ। ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ଏପରି ସକାଳୁଆ ବ୍ୟବସ୍ଥାରୁ ବାଦ ଦିଆଯାଇଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜ୍‌ଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।