ସେପ୍ଟେମ୍ବର ୬ରୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): : ରାଜ୍ୟରେ କରୋନା ପ୍ରକୋପ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୬ରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ହୋଇଛି । ପୂର୍ବରୁ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏବେ ସବୁ ସେମିଷ୍ଟର ଛାତ୍ରଛାତ୍ରୀ ଆସି କ୍ଲାସ କରିବା ସହ ଶିକ୍ଷା ଗ୍ରହଣ କରିପାରିବେ। ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକୁ ଚିଠି ଲେଖି ଅବଗତ କରାଯାଇଛି ।