ଭୁବନେଶ୍ୱର,(ଏସ୍ ନ୍ୟୁଜ)ତା ୦୪/୦୬/୨୧ : ବିଶ୍ୱ ମହାମାରୀ କରୋନାରେ ବାପା ମାଆଙ୍କୁ ହରାଇ ଥିବା ଅନାଥଙ୍କୁ ମଧୁବାବ ପେନସନ ଯୋଜନାରେ ସାମିଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏ ନେଇ ତତ୍ପର ହୋଇଛି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ । କୋଭିଡ ଯୋଗୁଁ ବାପା, ମା’ଙ୍କୁ ହରାଇଥିବା ୧୨ ଅନାଥ ପିଲାଙ୍କୁ ଭତ୍ତା ଦିଆଯିବ । କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ ଏବଂ ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଏହିପରି ମୋଟ ୧୨ ଜଣ ପିଲା ଏହି ଯୋଜନାରେ ଭତ୍ତା ପାଇବେ । କରୋନା କାଳରେ ଅନାଥ ହୋଇଥିବା ଶିଶୁଙ୍କ ତଥ୍ୟ ବ୍ଲକ ସ୍ତରରେ ରହିଛି। ଅନାଥଙ୍କୁ ସେବା ଯୋଗାଇବା ଲାଗି ମଧୁବାବୁ ପେନସନ ଯୋଜନାରେ ଯୋଡି ହୋଇଛି। ଆଉ ଏକ ସେକ୍ସନ ଯାହା MBPY-COVID ଏହି ଯୋଜନାରେ ଅନାଥ ଶିଶୁଙ୍କୁ ମାସିକ ୫୦୦ଟଙ୍କା ଭତ୍ତା ପ୍ରଦାନ କରାଯିବ। ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଏନେଇ ସୂଚନା ଦେଇଛନ୍ତି ।