ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୬ ଜଣ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୮୦ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୨ ଜଣ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୩ ଜଣ, ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୮୮ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧୬ ଜଣ, ଗଜପତିରୁ ୬, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୪୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୧ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୩୫୨ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୩୮ ଜଣ, ନୟାଗଡ଼ରୁ ୧୯ ଜଣ, ପୁରୀରୁ ୩୦ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।