ରାଜ୍ୟରେ ପୁଣି ୨୨୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସେଥିରେ ଅନୁଗୁଳ ଜିଲ୍ଲାରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୮ ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ୩ ଜଣ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୧୨ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୬ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୫ ଜଣ, ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୨୪ ଜଣ, ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଛନ୍ତି ବୋଲି ଜଣାଯାଇଛି ।