ରାଜ୍ୟରେ ଆଉ ୫୮ କୋଭିଡ୍ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର (ଏସ୍ ନ୍ୟୁଜ) : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୦୪୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ୍‌ ପୁଲରୁ ଜଣେ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।