୧୮ରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ

ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ । ହେଲେ ମୌସୁମୀ ନିମ୍ନ …..

ଭୁବନେଶ୍ବର: ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ । ହେଲେ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଲାଗି ରହିବ । ୧୮ ତାରିଖରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଚଳିତ ମୌସୁମୀ ଋତୁରେ ୧୦୮୪.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି  ସ୍ୱାଭାବିକ ତୁଳନାରେ ୫ ପ୍ରତିଶତ ଅଧିକ ବର୍ଷିଛି । ଗତକାଲି ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଜୈସାଲମେର, ମଧ୍ୟପ୍ରଦେଶ ଦେଇ ଝାରସୁଗୁଡ଼ା, ବାଲେଶ୍ବର ଏବଂ ପୂର୍ବଦକ୍ଷିଣପୂର୍ବ ଦିଗରେ ଉତ୍ତରପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ମୌସୁମୀ ନିମ୍ନଚାପ ରେଖା ଲମ୍ବିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।