ଆସୁଛି ଆଉ ଏକ ଲଘୁଚାପ

ରାଜ୍ୟରେ ଅଗଷ୍ଟ ୬ରୁ ପୁଣିଥରେ ବର୍ଷା ଆରମ୍ଭ ….

ଭୁବନେଶ୍ୱର: ରାଜ୍ୟରେ ଅଗଷ୍ଟ ୬ରୁ ପୁଣିଥରେ ବର୍ଷା ଆରମ୍ଭ ହୋଇଯିବ। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଏକ ଲଘୁଚାପ ପ୍ରଭାବରେ ୬ରୁ ୯ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ୨ ଦିନ ହେଲା ରାଜ୍ୟରେ ପାଗ ଖରାଟିଆ ରହିଛି। ମୌସୁମୀ-ବିରତି ଜାରି ରହିଥିବାରୁ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିଛି। ଅଗଷ୍ଟ ୫ ଯାଏ ପାଗ ଏହିଭଳି ଶୁଖିଲା ରହିବ।

ମୌସୁମୀ ଦୁର୍ବଳ ହେବା କାରଣରୁ ଦୁଇ ଦିନ ହେଲା ରାଜ୍ୟରେ ପାଗ ଖରାଟିଆ ରହିଛି । ମୌସୁମୀ ବିରତି ଜାରି ରହିଥିବାରୁ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି । ଅଗଷ୍ଟ ୫ ଯାଏ ପାଗ ଶୁଖିଲା ରହିବ । କିଛି ସ୍ଥାନରେ କେବଳ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏ ଅଧିକ ରେକର୍ଡ କରାଯାଇଛି ।