ଭୁବନେଶ୍ୱର : ପୁଣି ଆସୁଛି ଆଉ ଏକ ଲଘୁଚାପ । ୧୭ରୁ୧୮ ତାରିଖରେ଼ ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହୋଇଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଓ ଆସନ୍ତାକାଲି ସାରା ରାଜ୍ୟରେ ବର୍ଷା ହେବ । ଆଜି ଆଭ୍ୟନ୍ତରଣ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି ।