ପୁଣି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଆସନ୍ତା ୧୯ରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୨୦ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।