ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ । ସହକାରୀ ଯନ୍ତ୍ରୀ ରୁଷିନାଥ ବରାଳଙ୍କ ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳର ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ୪ ଜଣିଆ ଟିମ୍ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରୁଛି । ବର୍ତ୍ତମାନ ସୁଦ୍ଧା ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା, ଗୋଟିଏ ୪ ଚକିଆ ଗାଡି ଓ ଗୋଟିଏ ଦୁଇ ଚକିଆ ଗାଡି ଜବତ ହୋଇଛି । ଚଢଉରେ ୪ ଜଣ ଡିଏସ୍ପି, ୮ ଜଣ ଇନ୍ସପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।